2ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”
3ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ?
4ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
5ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
6ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।