4ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା।
5ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।
6ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
7ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ।