Text copied!
Bibles in Odia

ପରମ ଗୀତ 5:9-15 in Odia

Help us?

ପରମ ଗୀତ 5:9-15 in ଓଡିଆ ବାଇବେଲ

9 ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ ?
10 ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ।
11 ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ।
12 ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ।
13 ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।
14 ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।
15 ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ।
ପରମ ଗୀତ 5 in ଓଡିଆ ବାଇବେଲ