Text copied!
Bibles in Odia

ପରମ ଗୀତ 6:1-6 in Odia

Help us?

ପରମ ଗୀତ 6:1-6 in ଓଡିଆ ବାଇବେଲ

1 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?
2 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
3 ମୁଁ ଆପଣା ପ୍ରିୟତମଙ୍କର ଓ ମୋ’ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।
4 ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।
5 ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
6 ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
ପରମ ଗୀତ 6 in ଓଡିଆ ବାଇବେଲ