Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 6

ପରମ ଗୀତ 6:5-12

Help us?
Click on verse(s) to share them!
5ତୁମ୍ଭେ ମୋ’ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।
6ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
7ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।
8ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।
9ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
10ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?
11ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।
12ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ’ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।

Read ପରମ ଗୀତ 6ପରମ ଗୀତ 6
Compare ପରମ ଗୀତ 6:5-12ପରମ ଗୀତ 6:5-12