6ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।
7ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।
8ଷାଠିଏ ରାଣୀ ଓ ଅଶୀ ଉପପତ୍ନୀ ଓ ଅସଂଖ୍ୟ ଯୁବତୀ ଅଛନ୍ତି।
9ମାତ୍ର ମୋ’ କପୋତୀ, ମୋ’ ଶୁଦ୍ଧମତି ଅଦ୍ୱିତୀୟା; ସେ ଆପଣା ମାତାର ଏକମାତ୍ର; ସେ ଆପଣା ଗର୍ଭଧାରିଣୀର ମନୋନୀତା। କନ୍ୟାମାନେ ତାହାକୁ ଦେଖି ଧନ୍ୟା ବୋଲି କହିଲେ; ହଁ, ରାଣୀ ଓ ଉପପତ୍ନୀଗଣ ତାହାକୁ ପ୍ରଶଂସା କଲେ।
10ଏହି ଯେ ଅରୁଣ ତୁଲ୍ୟ ଉଦୀୟମାନା, ଚନ୍ଦ୍ରମା ତୁଲ୍ୟ ସୁନ୍ଦରୀ, ସୂର୍ଯ୍ୟ ତୁଲ୍ୟ ବିଶୁଦ୍ଧା, ଧ୍ୱଜାବିଶିଷ୍ଟ ସୈନ୍ୟ ତୁଲ୍ୟ ଭୟଙ୍କରୀ, ସେ କିଏ ?