Text copied!
Bibles in Odia

ପରମ ଗୀତ 7:1-6 in Odia

Help us?

ପରମ ଗୀତ 7:1-6 in ଓଡିଆ ବାଇବେଲ

1 ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।
2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।
3 ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।
5 ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।
6 ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !
ପରମ ଗୀତ 7 in ଓଡିଆ ବାଇବେଲ