2ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।
3ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।
4ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।