5ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।
6ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ !
7ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।
8ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;