Text copied!
CopyCompare
ଓଡିଆ ବାଇବେଲ - ପରମ ଗୀତ - ପରମ ଗୀତ 7

ପରମ ଗୀତ 7:7-12

Help us?
Click on verse(s) to share them!
7ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।
8ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି : ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;
9ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।
10ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।
11ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ।
12ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।

Read ପରମ ଗୀତ 7ପରମ ଗୀତ 7
Compare ପରମ ଗୀତ 7:7-12ପରମ ଗୀତ 7:7-12