9ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।
10ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।
11ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ।
12ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।