6 ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।
7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ।
8 ଆମ୍ଭମାନଙ୍କର ଗୋଟିଏ ସାନ ଭଗିନୀ ଅଛି, ତାହାର ସ୍ତନ ହୋଇ ନାହିଁ; ଲୋକେ ଆମ୍ଭମାନଙ୍କ ଭଗିନୀକି ମାଗିବା ଦିନରେ ଆମ୍ଭେମାନେ ତାହା ପାଇଁ କଅଣ କରିବା ?
9 ଯଦି ସେ ପ୍ରାଚୀର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ତାହା ଉପରେ ରୂପାର ଦୁର୍ଗ ନିର୍ମାଣ କରିବା; ଆଉ, ଯଦି ସେ ଦ୍ୱାର ସ୍ୱରୂପା ହୁଏ, ତେବେ ଆମ୍ଭେମାନେ ଏରସ ପଟାରେ ତାହାକୁ ଆବରଣ କରିବା।