Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ 3

Help us?
Click on verse(s) to share them!
1ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ୱିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ;
2ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର;
3ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ।
4ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି, ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ।
5ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;
6ଆହୁରି ୟିଭର ଓ ଇଲୀଶାମା ଓ ଇଲୀଫେଲଟ୍‍;
7ନୋଗହ ଓ ନେଫଗ୍‍ ଓ ଯାଫୀୟ;
8ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍, ଏହି ନଅ ଜଣ।
9ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପତ୍ନୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା।
10ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;
11ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;
12ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;
13ତାହାର ପୁତ୍ର ଆହସ୍‌, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି;
14ତାହାର ପୁତ୍ର ଆମୋନ୍‍, ତାହାର ପୁତ୍ର ଯୋଶୀୟ।
15ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍‍, ଦ୍ୱିତୀୟ ଯିହୋୟାକୀମ୍‍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍‍।
16ପୁଣି, ଯିହୋୟାକୀମ୍‍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ।
17ବନ୍ଦୀ ଯିକନୀୟର ସନ୍ତାନଗଣ;
18ତାହାର ପୁତ୍ର ଶଲ୍‍ଟୀୟେଲ, ମଲ୍‍କୀରାମ୍‍, ପଦାୟ, ଶିନତ୍‍ସର, ଯିକମୀୟ, ହୋଶାମା ଓ ନଦବିୟ।

19ପଦାୟର ପୁତ୍ର ଯିରୁବ୍ବାବିଲ୍‍ ଓ ଶିମୀୟି; ପୁଣି, ସରୁ ଯିରୁବ୍ବାବିଲ୍‍ର ସନ୍ତାନ ମଶୁଲ୍ଲମ୍‍ ଓ ହନାନୀୟ ଓ ଶଲୋମୀତ୍‍ ସେମାନଙ୍କର ଭଗିନୀ ଥିଲା।
20ଆଉ ହଶୂବା, ଓହେଲ୍‍, ବେରିଖୀୟ, ହସଦୀୟ ଓ ଯୁଶବ-ହେଷଦ୍‍, ଏହି ପାଞ୍ଚ ଜଣ।
21ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।
22ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ୍‍, ଯିଗାଲ, ବାରୀହ, ନିୟରୀୟ ଓ ଶାଫଟ୍‍, ଛଅ ଜଣ।
23ନିୟରୀୟର ସନ୍ତାନ ଇଲୀୟୋଐନୟ, ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ।
24ପୁଣି, ଇଲୀୟୋଐନୟର ପୁତ୍ର ହୋଦବୀୟ, ଇଲୀୟାଶୀବ, ପ୍ଲାୟ, ଅକ୍‍କୂବ, ଯୋହାନନ୍‍, ଦଲୟିୟ ଓ ଅନାନି, ଏହି ସାତ ଜଣ।