Text copied!
Bibles in Odia

ପ୍ରଥମ ରାଜାବଳୀ 15:19-23 in Odia

Help us?

ପ୍ରଥମ ରାଜାବଳୀ 15:19-23 in ଓଡିଆ ବାଇବେଲ

19 “ମୋର ଓ ତୁମ୍ଭ ମଧ୍ୟରେ, ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”
20 ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍‍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
21 ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
22 ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
23 ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
ପ୍ରଥମ ରାଜାବଳୀ 15 in ଓଡିଆ ବାଇବେଲ