Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 15

ପ୍ରଥମ ରାଜାବଳୀ 15:21-29

Help us?
Click on verse(s) to share them!
21ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
22ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
23ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
24ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।
25ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
26ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
27ଏଥିଉତ୍ତାରେ ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
28ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
29ପୁଣି, ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।

Read ପ୍ରଥମ ରାଜାବଳୀ 15ପ୍ରଥମ ରାଜାବଳୀ 15
Compare ପ୍ରଥମ ରାଜାବଳୀ 15:21-29ପ୍ରଥମ ରାଜାବଳୀ 15:21-29