Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 15

ପ୍ରଥମ ରାଜାବଳୀ 15:26-31

Help us?
Click on verse(s) to share them!
26ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
27ଏଥିଉତ୍ତାରେ ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
28ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
29ପୁଣି, ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
30କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
31ଏହି ନାଦବ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?

Read ପ୍ରଥମ ରାଜାବଳୀ 15ପ୍ରଥମ ରାଜାବଳୀ 15
Compare ପ୍ରଥମ ରାଜାବଳୀ 15:26-31ପ୍ରଥମ ରାଜାବଳୀ 15:26-31