Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 18

ପ୍ରଥମ ରାଜାବଳୀ 18:36-46

Help us?
Click on verse(s) to share them!
36ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍‍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
37ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋ’ କଥା ଶୁଣ, ହେ ସଦାପ୍ରଭୁ, ମୋ’ କଥା ଶୁଣ।
38ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
39ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
40ତହୁଁ ଏଲିୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
41ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠି ଯାଇ ଭୋଜନ ପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
42ତହୁଁ ଆହାବ ଭୋଜନ ପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
43ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ରଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
44ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
45ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
46ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।

Read ପ୍ରଥମ ରାଜାବଳୀ 18ପ୍ରଥମ ରାଜାବଳୀ 18
Compare ପ୍ରଥମ ରାଜାବଳୀ 18:36-46ପ୍ରଥମ ରାଜାବଳୀ 18:36-46