Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 18

ପ୍ରଥମ ରାଜାବଳୀ 18:5-21

Help us?
Click on verse(s) to share them!
5ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟ ଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
6ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା।
7ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କ’ଣ ମୋ’ ପ୍ରଭୁ ଏଲୀୟ ?”
8ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।”
9ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି ?”
10ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋ’ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, “ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।”
11ଏବେ ଆପଣ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।
12ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
13ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କ’ଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ ?
14ତଥାପି ଆପଣ ଏବେ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି; ତହିଁରେ ସେ ମୋତେ ବଧ କରିବେ।
15ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
16ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
17ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ’ଣ ତୁମ୍ଭେ ?”
18ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।
19ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରିଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋ’ ନିକଟରେ ଏକତ୍ର କର।”
20ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
21ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।

Read ପ୍ରଥମ ରାଜାବଳୀ 18ପ୍ରଥମ ରାଜାବଳୀ 18
Compare ପ୍ରଥମ ରାଜାବଳୀ 18:5-21ପ୍ରଥମ ରାଜାବଳୀ 18:5-21