Text copied!
Bibles in Odia

ପ୍ରଥମ ରାଜାବଳୀ 20:13-15 in Odia

Help us?

ପ୍ରଥମ ରାଜାବଳୀ 20:13-15 in ଓଡିଆ ବାଇବେଲ

13 ଏଥି ମଧ୍ୟରେ ଦେଖ, ଜଣେ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜା ଆହାବଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ଏହି ସମସ୍ତ ମହାଜନତା ଦେଖିଅଛ ? ଦେଖ, ଆମ୍ଭେ ଆଜି ତାହା ତୁମ୍ଭ ହସ୍ତରେ ସମର୍ପଣ କରିବା, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜ୍ଞାତ ହେବ।”
14 ତହିଁରେ ଆହାବ ପଚାରିଲେ, “କାହା ଦ୍ୱାରା ?” ସେ କହିଲେ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କ ଦ୍ୱାରା। ତେବେ ସେ ପଚାରିଲେ, “କିଏ ଯୁଦ୍ଧ ଆରମ୍ଭ କରିବ ?” ତହିଁରେ ସେ ଉତ୍ତର କଲେ, “ତୁମ୍ଭେ।”
15 ତହୁଁ ସେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକଙ୍କୁ ଗଣନା କଲେ, ସେମାନେ ଦୁଇଶହ ବତିଶ ଜଣ ହେଲେ, ପୁଣି, ସେମାନଙ୍କ ଉତ୍ତାରେ ସମୁଦାୟ ଲୋକଙ୍କୁ, ଅର୍ଥାତ୍‍, ସମଗ୍ର ଇସ୍ରାଏଲ-ସନ୍ତାନଙ୍କୁ ଗଣନା କରନ୍ତେ, ସାତ ସହସ୍ର ଜଣ ହେଲେ।
ପ୍ରଥମ ରାଜାବଳୀ 20 in ଓଡିଆ ବାଇବେଲ