Text copied!
Bibles in Odia

ପ୍ରଥମ ରାଜାବଳୀ 20:16-23 in Odia

Help us?

ପ୍ରଥମ ରାଜାବଳୀ 20:16-23 in ଓଡିଆ ବାଇବେଲ

16 ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍‍ହଦଦ୍‍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।
17 ଏହି ସମୟରେ ପ୍ରଦେଶର ଅଧିପତିମାନଙ୍କ ଯୁବା ଲୋକେ ପ୍ରଥମେ ବାହାରିଲେ; ତହିଁରେ ବିନ୍‍ହଦଦ୍‍ ଲୋକ ପଠାନ୍ତେ, ସେମାନେ ତାହାକୁ ସମ୍ବାଦ ଦେଇ କହିଲେ, “ଶମରୀୟାରୁ ଲୋକେ ଆସିଅଛନ୍ତି।”
18 ତହୁଁ ସେ କହିଲା, “ସେମାନେ ସନ୍ଧି ପାଇଁ ଆସିଥିଲେ, ସେମାନଙ୍କୁ ଜୀବିତ ଧର, ପୁଣି, ଯୁଦ୍ଧ ପାଇଁ ଆସିଥିଲେ ମଧ୍ୟ ସେମାନଙ୍କୁ ଜୀବିତ ଧର।”
19 ଏଥି ମଧ୍ୟରେ ପ୍ରଦେଶର ଅଧିପତିମାନଙ୍କ ସେହି ଯୁବାମାନେ ଓ ସେମାନଙ୍କ ପଶ୍ଚାତ୍‍ଗାମୀ ସୈନ୍ୟଦଳ ନଗରରୁ ବାହାରିଲେ।
20 ପୁଣି, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିଯୋଦ୍ଧାକୁ ବଧ କଲେ; ତହିଁରେ ଅରାମୀୟମାନେ ପଳାଇଲେ ଓ ଇସ୍ରାଏଲ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ପୁଣି, ଅରାମର ରାଜା ବିନ୍‍ହଦଦ୍‍ ଅଶ୍ୱାରୋହୀମାନଙ୍କ ସହିତ ଏକ ଅଶ୍ୱ ଆରୋହଣ କରି ରକ୍ଷା ପାଇଲା।
21 ଏଥିରେ ଇସ୍ରାଏଲର ରାଜା ବାହାରକୁ ଯାଇ ଅଶ୍ୱ ଓ ରଥସକଳ ଆଘାତ କଲେ ଓ ଅରାମୀୟମାନଙ୍କୁ ମହାସଂହାରରେ ବଧ କଲେ।
22 ଏଉତ୍ତାରେ ସେହି ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଯାଅ, ଆପଣାକୁ ସବଳ କର ଓ ଯାହା କରୁଅଛ, ତାହା ବିଚାର କରି ଦେଖ; କାରଣ ଆସନ୍ତା ବର୍ଷ ଅରାମର ରାଜା ପୁନର୍ବାର ତୁମ୍ଭ ବିରୁଦ୍ଧରେ ଆସିବ।”
23 ଏଥିଉତ୍ତାରେ ଅରାମ-ରାଜାର ଦାସମାନେ ତାହାକୁ କହିଲେ, “ସେମାନଙ୍କ ଦେବତା ପର୍ବତଗଣର ଦେବତା ଅଟନ୍ତି; ଏଥିପାଇଁ ସେମାନେ ଆମ୍ଭମାନଙ୍କ ଅପେକ୍ଷା ବଳବାନ ହେଲେ; ମାତ୍ର ଆମ୍ଭେମାନେ ଯଦି ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରୁ, ତେବେ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ନିଶ୍ଚୟ ଅଧିକ ବଳବାନ ହେବା।
ପ୍ରଥମ ରାଜାବଳୀ 20 in ଓଡିଆ ବାଇବେଲ