Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 20

ପ୍ରଥମ ରାଜାବଳୀ 20:25-35

Help us?
Click on verse(s) to share them!
25ଆଉ ଆପଣ ଯେଉଁ ସୈନ୍ୟ ହରାଇଅଛନ୍ତି, ତାହାରି ପରି ସୈନ୍ୟ ଓ ଅଶ୍ୱ ବଦଳେ ଅଶ୍ୱ ଓ ରଥ ବଦଳେ ରଥ ସଂଗ୍ରହ କରନ୍ତୁ; ତହୁଁ ଆମ୍ଭେମାନେ ପଦାରେ ସେମାନଙ୍କ ସଙ୍ଗେ ଯୁଦ୍ଧ କରିବା, ଆଉ ନିଶ୍ଚୟ ଆମ୍ଭେମାନେ ସେମାନଙ୍କ ଅପେକ୍ଷା ଅଧିକ ବଳବାନ ହେବା।” ଏଥିରେ ରାଜା ସେମାନଙ୍କ କଥା ଶୁଣି ସେହିରୂପ କଲା।
26ଏଥିଉତ୍ତାରେ ପର ବର୍ଷ ଉପସ୍ଥିତ ହୁଅନ୍ତେ, ବିନ୍‍ହଦଦ୍‍ ଅରାମୀୟମାନଙ୍କୁ ଗଣନା କରି ଇସ୍ରାଏଲ ସଙ୍ଗେ ଯୁଦ୍ଧ କରିବା ପାଇଁ ଅଫେକକୁ ଗଲା।
27ତହିଁରେ ଇସ୍ରାଏଲ ସନ୍ତାନଗଣ ଗଣିତ ହୋଇ ଖାଦ୍ୟ-ଦ୍ରବ୍ୟାଦି ପ୍ରସ୍ତୁତ କରି ସେମାନଙ୍କ ବିରୁଦ୍ଧରେ ଯାତ୍ରା କଲେ; ପୁଣି, ଇସ୍ରାଏଲ ସନ୍ତାନମାନେ ଦୁଇ କ୍ଷୁଦ୍ର ଛାଗପଲ ପରି ସେମାନଙ୍କ ସମ୍ମୁଖରେ ଛାଉଣି ସ୍ଥାପନ କଲେ; ମାତ୍ର ଅରାମୀୟ ଲୋକମାନେ ଦେଶଯାକ ବ୍ୟାପିଲେ।
28ତହିଁରେ ପରମେଶ୍ୱରଙ୍କର ଜଣେ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ଅରାମୀୟମାନେ କହିଅଛନ୍ତି, ସଦାପ୍ରଭୁ ପର୍ବତଗଣର ଦେବତା, ମାତ୍ର ତଳଭୂମିର ଦେବତା ନୁହନ୍ତି; ଏହେତୁ ଆମ୍ଭେ ଏହି ସମସ୍ତ ମହାଜନତାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେମାନେ ଜ୍ଞାତ ହେବ।”
29ପୁଣି, ସେମାନେ ସାତ ଦିନ ସମ୍ମୁଖାସମ୍ମୁଖୀ ହୋଇ ଛାଉଣି ସ୍ଥାପନ କରି ରହିଲେ। ତହୁଁ ସପ୍ତମ ଦିନରେ ଯୁଦ୍ଧ ସଂଘଟନ ହେଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ଏକ ଦିନରେ ଅରାମୀୟମାନଙ୍କର ଏକ ଲକ୍ଷ ପଦାତିକ ସୈନ୍ୟ ବଧ କଲେ।
30ମାତ୍ର ଅବଶିଷ୍ଟ ସମସ୍ତେ ଅଫେକକୁ ପଳାଇ ନଗରରେ ପ୍ରବେଶ କଲେ; ଆଉ ଅବଶିଷ୍ଟ ସତାଇଶି ହଜାର ଲୋକଙ୍କ ଉପରେ ପାଚେରୀ ପଡ଼ିଲା। ପୁଣି, ବିନ୍‍ହଦଦ୍‍ ପଳାଇ ନଗରରେ ପ୍ରବେଶ କରି ଗୋଟିଏ ଭିତର କୋଠରିକୁ ଗଲା।
31ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
32ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।” ଏଥିରେ ସେ କହିଲେ, “ସେ କ’ଣ ଏଯାଏ ବଞ୍ଚିଅଛି ? ସେ ତ ମୋହର ଭାଇ।”
33ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍‍ହଦଦ୍‍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।
34ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋ’ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋ’ ପିତା ଶମରୀୟାରେ ନଗରଗୁଡିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।
35ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।

Read ପ୍ରଥମ ରାଜାବଳୀ 20ପ୍ରଥମ ରାଜାବଳୀ 20
Compare ପ୍ରଥମ ରାଜାବଳୀ 20:25-35ପ୍ରଥମ ରାଜାବଳୀ 20:25-35