Text copied!
Bibles in Odia

ପ୍ରଥମ ରାଜାବଳୀ 20:31-39 in Odia

Help us?

ପ୍ରଥମ ରାଜାବଳୀ 20:31-39 in ଓଡିଆ ବାଇବେଲ

31 ଏଥିରେ ତାହାର ଦାସମାନେ ତାହାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ଶୁଣିଅଛୁ ଯେ, ଇସ୍ରାଏଲ ବଂଶୀୟ ରାଜାମାନେ ଦୟାଳୁ ଅଟନ୍ତି; ଆମ୍ଭେମାନେ ଆପଣଙ୍କୁ ବିନୟ କରୁଅଛୁ, ଆସନ୍ତୁ, ଆମ୍ଭେମାନେ କଟିରେ ଅଖା ପିନ୍ଧି ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜା ନିକଟକୁ ଯାଉ; କେଜାଣି ସେ ଆପଣଙ୍କ ପ୍ରାଣ ବଞ୍ଚାଇବେ।”
32 ତହୁଁ ସେମାନେ କଟିରେ ଅଖା ଓ ମସ୍ତକରେ ରଜ୍ଜୁ ବାନ୍ଧି ଇସ୍ରାଏଲର ରାଜାଙ୍କ ନିକଟକୁ ଆସି କହିଲେ, “ଆପଣଙ୍କ ଦାସ ବିନ୍‍ହଦଦ୍‍ କହୁଅଛି, ମୁଁ ଆପଣଙ୍କୁ ବିନୟ କରୁଅଛି, ମୋତେ ବଞ୍ଚାଉନ୍ତୁ।” ଏଥିରେ ସେ କହିଲେ, “ସେ କ’ଣ ଏଯାଏ ବଞ୍ଚିଅଛି ? ସେ ତ ମୋହର ଭାଇ।”
33 ସେତେବେଳେ ସେହି ଲୋକମାନେ ଯତ୍ନପୂର୍ବକ ନିରୀକ୍ଷଣ କରି ତାହାର ମନ ସେପରି କି ନାହିଁ, ଏହା ଧରିବାକୁ ଚଞ୍ଚଳ ହେଲେ; ଆଉ ସେମାନେ କହିଲେ, “ଆପଣଙ୍କ ଭ୍ରାତା ବିନ୍‍ହଦଦ୍‍।” ତେବେ ସେ କହିଲେ, “ତୁମ୍ଭେମାନେ ଯାଇ ତାହାକୁ ଆଣ।” ତହୁଁ ବିନ୍‍ହଦଦ୍‍ ତାଙ୍କ ନିକଟକୁ ଆସନ୍ତେ, ସେ ତାହାକୁ ରଥ ଉପରକୁ ଅଣାଇଲେ।
34 ସେତେବେଳେ ବିନ୍‍ହଦଦ୍‍ ତାଙ୍କୁ କହିଲା, “ମୋ’ ପିତା ଆପଣଙ୍କ ପିତାଙ୍କଠାରୁ ଯେଉଁ ଯେଉଁ ନଗର ନେଇଅଛନ୍ତି, ତାହା ମୁଁ ଫେରାଇ ଦେବି; ପୁଣି, ଯେପରି ମୋ’ ପିତା ଶମରୀୟାରେ ନଗରଗୁଡିକ କରିଥିଲେ, ସେପରି ଆପଣ ଦମ୍ମେଶକରେ ଆପଣା ପାଇଁ କରିବେ।” ଏଥିରେ ଆହାବ କହିଲେ, “ମୁଁ ଏହି ନିୟମରେ ତୁମ୍ଭକୁ ଛାଡ଼ିଦେବି।” ତହୁଁ ସେ ତାହା ସଙ୍ଗେ ନିୟମ କରି ତାହାଙ୍କୁ ଛାଡ଼ିଦେଲେ।
35 ଏଥିଉତ୍ତାରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ କେହି ଜଣେ ସଦାପ୍ରଭୁଙ୍କ ବାକ୍ୟରେ ଆପଣା ସଙ୍ଗୀକୁ କହିଲା, “ମୁଁ ବିନୟ କରୁଅଛି; ମୋତେ ମାର।” ମାତ୍ର ସେ ଲୋକ ତାକୁ ମାରିବା ପାଇଁ ମନା କଲା।
36 ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋ’ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
37 ପୁଣି, ସେ ଆଉ ଏକ ମନୁଷ୍ୟକୁ ଭେଟି କହିଲା, “ବିନୟ କରୁଅଛି, ମୋତେ ମାର।” ତହୁଁ ସେ ଲୋକ ତାହାକୁ ମାରିଲା ଓ ମାରି ମାରି ତାହାକୁ କ୍ଷତବିକ୍ଷତ କଲା।
38 ଏଥିରେ ଭବିଷ୍ୟଦ୍‍ବକ୍ତା ପ୍ରସ୍ଥାନ କରି ପଥରେ ରାଜାଙ୍କ ଅପେକ୍ଷାରେ ରହିଲା ଓ ଆପଣା ଚକ୍ଷୁ ଉପରେ ପାଗ ବାନ୍ଧି ଛଦ୍ମବେଶ ଧରିଲା।
39 ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; “ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋ’ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ‘ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳନ୍ତ ରୂପା ଦେବ।’
ପ୍ରଥମ ରାଜାବଳୀ 20 in ଓଡିଆ ବାଇବେଲ