Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:19-22

Help us?
Click on verse(s) to share them!
19ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।”
20ତହିଁରେ ସଦାପ୍ରଭୁ କହିଲେ, “ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ ?” ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
21ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସଲାଇବି।”
22ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:19-22ପ୍ରଥମ ରାଜାବଳୀ 22:19-22