Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:25-31

Help us?
Click on verse(s) to share them!
25ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
26ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;
27ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।”
28ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
29ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
30ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
31ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:25-31ପ୍ରଥମ ରାଜାବଳୀ 22:25-31