Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:27-42

Help us?
Click on verse(s) to share them!
27ପୁଣି, କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।”
28ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
29ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
30ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
31ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
32ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”
33ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
34ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
35ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
36ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
40ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
41ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।
42ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍‍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍‍ହିର କନ୍ୟା।

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:27-42ପ୍ରଥମ ରାଜାବଳୀ 22:27-42