Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:31-40

Help us?
Click on verse(s) to share them!
31ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
32ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”
33ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
34ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
35ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
36ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
40ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:31-40ପ୍ରଥମ ରାଜାବଳୀ 22:31-40