Text copied!
Bibles in Odia

ପ୍ରଥମ ରାଜାବଳୀ 22:31-40 in Odia

Help us?

ପ୍ରଥମ ରାଜାବଳୀ 22:31-40 in ଓଡିଆ ବାଇବେଲ

31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
32 ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”
33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକି କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
36 ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ, ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
37 ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କ’ଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
40 ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
ପ୍ରଥମ ରାଜାବଳୀ 22 in ଓଡିଆ ବାଇବେଲ