Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:44-52

Help us?
Click on verse(s) to share them!
44ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
45ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କିପ୍ରକାର ଯୁଦ୍ଧ କଲେ, ତାହାସବୁ କ’ଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ ?
46ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରି ଦେଲେ।
47ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
48ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
49ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋ’ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।
50ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
51ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
52ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:44-52ପ୍ରଥମ ରାଜାବଳୀ 22:44-52