Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 22

ପ୍ରଥମ ରାଜାବଳୀ 22:9-17

Help us?
Click on verse(s) to share them!
9ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
10ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ-ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।
11ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
12ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୁପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
13ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
14ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
15ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା ?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
16ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି ?”
17ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି,” ଆଉ ସଦାପ୍ରଭୁ କହିଲେ, “ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”

Read ପ୍ରଥମ ରାଜାବଳୀ 22ପ୍ରଥମ ରାଜାବଳୀ 22
Compare ପ୍ରଥମ ରାଜାବଳୀ 22:9-17ପ୍ରଥମ ରାଜାବଳୀ 22:9-17