Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 2

ପ୍ରଥମ ରାଜାବଳୀ 2:6-30

Help us?
Click on verse(s) to share them!
6ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ।
7ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋ’ ନିକଟକୁ ଆସିଥିଲେ।
8ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, “ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।
9ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।”
10ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
11ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
12ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
13ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ ?” ସେ ଉତ୍ତର କଲା, “କୁଶଳରେ।”
14ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”
15ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋ’ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋ’ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।”
16ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର। ବତ୍‍ଶେବା ତାହାକୁ କହିଲେ, “କୁହ।”
17ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋ’ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।
18ଏଥିରେ ବତ୍‍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
19ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।
20ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”
21ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”
22ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ ?” ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।
23ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
24ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋ’ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋ’ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।
25ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
26ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁ ଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋ’ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋ’ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।
27ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
28ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
29ଏଉତ୍ତାରେ ଦେଖ, ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି, ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯା’ନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, “ଯାଅ, ତାକୁ ଆକ୍ରମଣ କର।”
30ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।”

Read ପ୍ରଥମ ରାଜାବଳୀ 2ପ୍ରଥମ ରାଜାବଳୀ 2
Compare ପ୍ରଥମ ରାଜାବଳୀ 2:6-30ପ୍ରଥମ ରାଜାବଳୀ 2:6-30