Text copied!
Bibles in Odia

ପ୍ରଥମ ରାଜାବଳୀ 2:7-14 in Odia

Help us?

ପ୍ରଥମ ରାଜାବଳୀ 2:7-14 in ଓଡିଆ ବାଇବେଲ

7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋ’ ନିକଟକୁ ଆସିଥିଲେ।
8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, “ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।
9 ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।”
10 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
11 ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
12 ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ ?” ସେ ଉତ୍ତର କଲା, “କୁଶଳରେ।”
14 ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”
ପ୍ରଥମ ରାଜାବଳୀ 2 in ଓଡିଆ ବାଇବେଲ