Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 3

ପ୍ରଥମ ରାଜାବଳୀ 3:14-22

Help us?
Click on verse(s) to share them!
14ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
15ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
16ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ।
17ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୁ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି।
18ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା।
19ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ଲଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା।
20ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋ’ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋ’ କୋଳରେ ଶୁଆଇ ଦେଲା।
21ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”
22ତହୁଁ ସେ ଅନ୍ୟ ସ୍ତ୍ରୀ କହିଲା, “ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ।” ଆଉ, ଏ ସ୍ତ୍ରୀ କହିଲା, “ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।” ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ।

Read ପ୍ରଥମ ରାଜାବଳୀ 3ପ୍ରଥମ ରାଜାବଳୀ 3
Compare ପ୍ରଥମ ରାଜାବଳୀ 3:14-22ପ୍ରଥମ ରାଜାବଳୀ 3:14-22