Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 3

ପ୍ରଥମ ରାଜାବଳୀ 3:8-16

Help us?
Click on verse(s) to share them!
8ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।
9ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ ?”
10ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।
11ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
12ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
13ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।
14ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
15ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
16ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ।

Read ପ୍ରଥମ ରାଜାବଳୀ 3ପ୍ରଥମ ରାଜାବଳୀ 3
Compare ପ୍ରଥମ ରାଜାବଳୀ 3:8-16ପ୍ରଥମ ରାଜାବଳୀ 3:8-16