Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 4

ପ୍ରଥମ ରାଜାବଳୀ 4:11-24

Help us?
Click on verse(s) to share them!
11ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
12ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
13ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
15ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
16ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।
17ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
18ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
19ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
20ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
22ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
23ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।

Read ପ୍ରଥମ ରାଜାବଳୀ 4ପ୍ରଥମ ରାଜାବଳୀ 4
Compare ପ୍ରଥମ ରାଜାବଳୀ 4:11-24ପ୍ରଥମ ରାଜାବଳୀ 4:11-24