Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 4

ପ୍ରଥମ ରାଜାବଳୀ 4:13-31

Help us?
Click on verse(s) to share them!
13ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
15ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
16ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।
17ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
18ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
19ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
20ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
22ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
23ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
25ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।
26ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
27ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
28ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
29ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
30ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
31କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।

Read ପ୍ରଥମ ରାଜାବଳୀ 4ପ୍ରଥମ ରାଜାବଳୀ 4
Compare ପ୍ରଥମ ରାଜାବଳୀ 4:13-31ପ୍ରଥମ ରାଜାବଳୀ 4:13-31