Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 4

ପ୍ରଥମ ରାଜାବଳୀ 4:2-15

Help us?
Click on verse(s) to share them!
2ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
3ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ
4ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
5ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
6ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
7ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
8ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।
9ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
10ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
12ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
13ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
15ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।

Read ପ୍ରଥମ ରାଜାବଳୀ 4ପ୍ରଥମ ରାଜାବଳୀ 4
Compare ପ୍ରଥମ ରାଜାବଳୀ 4:2-15ପ୍ରଥମ ରାଜାବଳୀ 4:2-15