Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 4

ପ୍ରଥମ ରାଜାବଳୀ 4:27-34

Help us?
Click on verse(s) to share them!
27ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
28ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
29ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
30ପୂର୍ବଦେଶୀୟ ଓ ମିସ୍ରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
31କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍‍ ଓ ମାହୋଲର ପୁତ୍ର ହେମନ ଓ କଲ୍‍କୋଲ୍‍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
32ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
33ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
34ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବ ଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।

Read ପ୍ରଥମ ରାଜାବଳୀ 4ପ୍ରଥମ ରାଜାବଳୀ 4
Compare ପ୍ରଥମ ରାଜାବଳୀ 4:27-34ପ୍ରଥମ ରାଜାବଳୀ 4:27-34