Text copied!
Bibles in Odia

ପ୍ରଥମ ରାଜାବଳୀ 4:5-26 in Odia

Help us?

ପ୍ରଥମ ରାଜାବଳୀ 4:5-26 in ଓଡିଆ ବାଇବେଲ

5 ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍‍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
6 ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।
7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
8 ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।
9 ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ୍‍ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;
10 ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
11 ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।
12 ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନ୍‍ରେ ଅହୀଲୂଦର ପୁତ୍ର ବାନା।
13 ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀରବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
14 ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।
15 ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।
16 ଆଶେର ଓ ବାଲୋତ୍‍ରେ ହୂଶୟର ପୁତ୍ର ବାନା।
17 ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍‍;
18 ବିନ୍ୟାମୀନ୍‍ରେ ଏଲାର ପୁତ୍ର ଶିମୀୟି;
19 ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍‍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ-ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
21 ପୁଣି, ଶଲୋମନ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
22 ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
23 ଆଉ ଦଶ ପୁଷ୍ଟ ଗୋରୁ ଓ ଚରା-ସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
24 କାରଣ, ସେ ତିପ୍‍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍‍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରି ବୃକ୍ଷ ମୂଳରେ ନିରାପଦରେ ବାସ କଲେ।
26 ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
ପ୍ରଥମ ରାଜାବଳୀ 4 in ଓଡିଆ ବାଇବେଲ