Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 6

ପ୍ରଥମ ରାଜାବଳୀ 6:1-19

Help us?
Click on verse(s) to share them!
1ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ସିବ୍‍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।
2ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।
3ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।
4ପୁଣି, ଗୃହ ନିମନ୍ତେ ସେ ବନ୍ଦ ଜାଲିଝରକା ନିର୍ମାଣ କଲେ।
5ପୁଣି, ସେ ଗୃହର କାନ୍ଥ ଚାରିଆଡ଼େ, ଅର୍ଥାତ୍‍, ମନ୍ଦିର ଓ ମହା ପବିତ୍ର ସ୍ଥାନ ର କାନ୍ଥକୁ ଲଗାଇ ଚାରିଆଡ଼େ ମହଲା ବନାଇଲେ ଓ ଚାରିଆଡ଼େ କୋଠରି ନିର୍ମାଣ କଲେ।
6ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।
7ସେହି ଗୃହ ନିର୍ମିତ ହେବା ସମୟରେ ତାହା ପଥରଖଣିରେ ପ୍ରସ୍ତୁତ ପଥରରେ ଗଢ଼ାଯାଇଥିଲା; ଏଣୁ ସେ ଗୃହ ନିର୍ମିତ ହେବା ସମୟଯାକ ତହିଁ ମଧ୍ୟରେ ହାତୁଡ଼ି କି କଟାଳି, କୌଣସି ଲୌହାସ୍ତ୍ରର ଶବ୍ଦ ଶୁଣା ନ ଗଲା।
8ମଧ୍ୟମ କୋଠରିମାନର ଦ୍ୱାର ଗୃହର ଦକ୍ଷିଣ ଭାଗରେ ଥିଲା; ପୁଣି, ଲୋକମାନେ ଘୂର୍ଣ୍ଣିତ ସୋପାନ ଦେଇ ମଧ୍ୟମ କୋଠରିକୁ ଓ ମଧ୍ୟମ କୋଠରିରୁ ତୃତୀୟ କୋଠରିକୁ ଚଢ଼ି ଗଲେ।
9ଏହିରୂପେ ସେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କଲେ, ଏରସ କାଷ୍ଠର କଡ଼ି ଓ ପଟାରେ ଗୃହ ଆଚ୍ଛାଦନ କଲେ।
10ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।
11ଏଥିଉତ୍ତାରେ ଶଲୋମନଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
12ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
13ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରିବା ଓ ଆପଣା ଲୋକ ଇସ୍ରାଏଲକୁ ପରିତ୍ୟାଗ କରିବା ନାହିଁ।
14ଏହିରୂପେ ଶଲୋମନ ଗୃହ ନିର୍ମାଣ କରି ତାହା ସମାପ୍ତ କଲେ।
15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
16ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍‍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
17ତହିଁରେ ଗୃହ, ଅର୍ଥାତ୍‍, ମହା ପବିତ୍ର ସ୍ଥାନ ର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।
18ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛି ମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
19ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହା ପବିତ୍ର ସ୍ଥାନ ପ୍ରସ୍ତୁତ କଲେ।

Read ପ୍ରଥମ ରାଜାବଳୀ 6ପ୍ରଥମ ରାଜାବଳୀ 6
Compare ପ୍ରଥମ ରାଜାବଳୀ 6:1-19ପ୍ରଥମ ରାଜାବଳୀ 6:1-19