Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 6

ପ୍ରଥମ ରାଜାବଳୀ 6:15-36

Help us?
Click on verse(s) to share them!
15ସେ ଗୃହର ଭିତର କାନ୍ଥସବୁରେ ଏରସ କାଷ୍ଠର ପଟା ଦେଲେ; ଗୃହର ଚଟାଣରୁ କାନ୍ଥର ଛାତ ପର୍ଯ୍ୟନ୍ତ ଭିତରଯାକ ସେ ସେହି କାଷ୍ଠରେ ଆଚ୍ଛାଦନ କଲେ; ପୁଣି, ଦେବଦାରୁ ପଟାରେ ଗୃହର ଚଟାଣ ଆଚ୍ଛାଦନ କଲେ।
16ପୁଣି, ସେ ଗୃହର ପଶ୍ଚାତ୍‍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହା ପବିତ୍ର ସ୍ଥାନ , ଅର୍ଥାତ୍‍, ମହାପବିତ୍ର-ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।
17ତହିଁରେ ଗୃହ, ଅର୍ଥାତ୍‍, ମହା ପବିତ୍ର ସ୍ଥାନ ର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।
18ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛି ମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
19ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହା ପବିତ୍ର ସ୍ଥାନ ପ୍ରସ୍ତୁତ କଲେ।
20ଆଉ ସେହି ମହା ପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।
21ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହା ପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
22ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହା ପବିତ୍ର ସ୍ଥାନ ର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।
23ପୁଣି, ସେ ମହା ପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।
24ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
25ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
26ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।
27ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।
28ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।
29ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।
30ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।
31ଆଉ, ସେ ମହା ପବିତ୍ର ସ୍ଥାନ ର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।
32ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।
33ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
34ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
35ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
36ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।

Read ପ୍ରଥମ ରାଜାବଳୀ 6ପ୍ରଥମ ରାଜାବଳୀ 6
Compare ପ୍ରଥମ ରାଜାବଳୀ 6:15-36ପ୍ରଥମ ରାଜାବଳୀ 6:15-36