Text copied!
Bibles in Odia

ପ୍ରଥମ ରାଜାବଳୀ 6:18-24 in Odia

Help us?

ପ୍ରଥମ ରାଜାବଳୀ 6:18-24 in ଓଡିଆ ବାଇବେଲ

18 ପୁଣି, ଗୃହ ଭିତରେ ଏରସ କାଷ୍ଠରେ କଳିକା ଓ ପ୍ରସ୍ପୁଟିତ ପୁଷ୍ପ ଖୋଦିତ କଲେ; ସବୁ ଏରସ କାଷ୍ଠର ଥିଲା; କିଛି ମାତ୍ର ପ୍ରସ୍ତର ଦୃଶ୍ୟ ନୋହିଲା।
19 ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସ୍ଥାପନାର୍ଥେ ଅନ୍ତଃସ୍ଥ ଗୃହ ମଧ୍ୟରେ ସେ ମହା ପବିତ୍ର ସ୍ଥାନ ପ୍ରସ୍ତୁତ କଲେ।
20 ଆଉ ସେହି ମହା ପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।
21 ଏହିରୂପେ ଶଲୋମନ ଗୃହ ଭିତର ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ମହା ପବିତ୍ର ସ୍ଥାନ ସମ୍ମୁଖରେ ସୁବର୍ଣ୍ଣ ଜଞ୍ଜିରମାନ ଟଙ୍ଗାଇଲେ ଓ ସେ ତାହା ସୁବର୍ଣ୍ଣରେ ମଡ଼ାଇଲେ।
22 ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହା ପବିତ୍ର ସ୍ଥାନ ର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।
23 ପୁଣି, ସେ ମହା ପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।
24 ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
ପ୍ରଥମ ରାଜାବଳୀ 6 in ଓଡିଆ ବାଇବେଲ