Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 6

ପ୍ରଥମ ରାଜାବଳୀ 6:24-36

Help us?
Click on verse(s) to share them!
24ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।
25ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।
26ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।
27ପୁଣି, ସେ ସେହି କିରୂବଦ୍ୱୟକୁ ଅନ୍ତରାଗାର ମଧ୍ୟରେ ରଖିଲେ; ଆଉ ସେହି କିରୂବମାନଙ୍କର ପକ୍ଷ ଏପରି ବିସ୍ତୀର୍ଣ୍ଣ ହୋଇଥିଲା ଯେ, ଏକର ପକ୍ଷ ଏକ କାନ୍ଥକୁ ଓ ଅନ୍ୟର ପକ୍ଷ ଅନ୍ୟ କାନ୍ଥକୁ ସ୍ପର୍ଶ କଲା; ପୁଣି, ଗୃହ ମଧ୍ୟରେ ସେମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କଲା।
28ତହୁଁ ସେ କିରୂବମାନଙ୍କୁ ସୁବର୍ଣ୍ଣରେ ମଡ଼ାଇଲେ।
29ପୁଣି, ସେ ଗୃହର ସକଳ କାନ୍ଥର ଭିତରେ ବାହାରେ ଚାରିଆଡ଼େ ଖୋଦିତ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନଙ୍କର ଆକୃତି ଖୋଳିଲେ।
30ଆହୁରି ଗୃହ-ଚଟାଣର ଭିତର ବାହାର ସୁବର୍ଣ୍ଣରେ ମଡ଼ାଇଲେ।
31ଆଉ, ସେ ମହା ପବିତ୍ର ସ୍ଥାନ ର ପ୍ରବେଶ-ଦ୍ୱାର ଜୀତ କାଷ୍ଠରେ ନିର୍ମାଣ କଲେ, ତହିଁର କପାଳୀ ଓ ବାଜୁବନ୍ଧ କାନ୍ଥର ପଞ୍ଚମାଂଶ ଥିଲା।
32ଏହିରୂପେ ସେ ଜୀତ କାଷ୍ଠରେ ଦୁଇ କବାଟ କଲେ; ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନର ଆକୃତି ଖୋଦାଇଲେ ଓ ତାହା ସୁବର୍ଣ୍ଣରେ ମଡ଼ାଇଲେ; ଆଉ କିରୂବ ଓ ଖର୍ଜ୍ଜୁରବୃକ୍ଷମାନ ଉପରେ ସୁବର୍ଣ୍ଣ ମଡ଼ାଇଲେ।
33ତଦ୍ରୂପ ମନ୍ଦିରର ପ୍ରବେଶ-ଦ୍ୱାର ନିମନ୍ତେ କାନ୍ଥର ଚତୁର୍ଥାଂଶରେ ଜୀତ କାଷ୍ଠର ଚୌକାଠ କଲେ;
34ଆଉ, ଦେବଦାରୁ କାଷ୍ଠରେ ଦୁଇ କବାଟ କଲେ; ଏକ କବାଟର ଦୁଇ ପଟ ଦୋହରା ଥିଲା, ଅନ୍ୟ କବାଟର ଦୁଇ ପଟ ଦୋହରା ଥିଲା।
35ପୁଣି, ସେ ତହିଁ ଉପରେ କିରୂବ ଓ ଖର୍ଜ୍ଜୁରବୃକ୍ଷ ଓ ପ୍ରସ୍ପୁଟିତ ପୁଷ୍ପମାନ ଖୋଳି ସେହି ଖୋଦିତ କର୍ମର ଆକୃତି ଅନୁସାରେ ସୁବର୍ଣ୍ଣ ମଡ଼ାଇଲେ।
36ପୁଣି, ସେ ତିନି ଧାଡ଼ି ଖୋଦିତ ପ୍ରସ୍ତରରେ ଓ ଏକ ଧାଡ଼ି ଏରସ କାଷ୍ଠର କଡ଼ିରେ ଭିତର ପ୍ରାଙ୍ଗଣ ନିର୍ମାଣ କଲେ।

Read ପ୍ରଥମ ରାଜାବଳୀ 6ପ୍ରଥମ ରାଜାବଳୀ 6
Compare ପ୍ରଥମ ରାଜାବଳୀ 6:24-36ପ୍ରଥମ ରାଜାବଳୀ 6:24-36