Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 7

ପ୍ରଥମ ରାଜାବଳୀ 7:18-26

Help us?
Click on verse(s) to share them!
18ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
19ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
20ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।
21ଆହୁରି ସେ ମନ୍ଦିରର ବାରଣ୍ଡାରେ ସେହି ସ୍ତମ୍ଭମାନ ସ୍ଥାପନ କଲା; ଆଉ ସେ ଦକ୍ଷିଣ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ଯାଖୀନ୍‍ (ସେ ସ୍ଥିର କରିବେ) ଦେଲା ଓ ସେ ବାମ ସ୍ତମ୍ଭ ସ୍ଥାପନ କରି ତହିଁର ନାମ ବୋୟସ୍‍ (ତହିଁରେ ବଳ) ଦେଲା।
22ପୁଣି, ସେହି ସ୍ତମ୍ଭ-ମଥାନ ଉପରେ କଇଁଫୁଲ-କର୍ମ ଥିଲା; ଏହିରୂପେ ସ୍ତମ୍ଭ କାର୍ଯ୍ୟ ସମାପ୍ତ ହେଲା।
23ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
24ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
25ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।
26ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।

Read ପ୍ରଥମ ରାଜାବଳୀ 7ପ୍ରଥମ ରାଜାବଳୀ 7
Compare ପ୍ରଥମ ରାଜାବଳୀ 7:18-26ପ୍ରଥମ ରାଜାବଳୀ 7:18-26