Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 7

ପ୍ରଥମ ରାଜାବଳୀ 7:23-37

Help us?
Click on verse(s) to share them!
23ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ର ରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।
24ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।
25ଏହି ପାତ୍ର ଦ୍ୱାଦଶ ଗୋରୁ ଉପରେ ସ୍ଥାପିତ ଥିଲା, ସେମାନଙ୍କ ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ସେମାନଙ୍କ ଉପରେ ସମୁଦ୍ରରୂପ ପାତ୍ର ସ୍ଥାପିତ ଥିଲା ଓ ସେସମସ୍ତର ପଶ୍ଚାତ୍‍ଭାଗ ଭିତରକୁ ଥିଲା।
26ସେହି ପାତ୍ର ଚାରି ଅଙ୍ଗୁଳି ମୋଟ, ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ, କଇଁଫୁଲ ତୁଲ୍ୟ ଥିଲା; ତହିଁରେ ଦୁଇ ହଜାର ମହଣ ଧରିଲା।
27ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।
28ସେସବୁ ବଇଠିର ଗଠନ ଏହିରୂପ, ଯଥା, ସେସବୁର ମଧ୍ୟଦେଶ ଥିଲା; ସେହିସବୁ ମଧ୍ୟଦେଶ ବିଟମାନର ମଧ୍ୟରେ ଥିଲା;
29ପୁଣି, ବିଟର ମଧ୍ୟବର୍ତ୍ତା ସେହିସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
30ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରିକୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହିସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।
31ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନୋହି ଚତୁଷ୍କୋଣ ଥିଲା।
32ପୁଣି, ମଧ୍ୟଦେଶ ତଳେ ଚାରିଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।
33ଆଉ ସେହିସବୁ ଚକ୍ରର କର୍ମ ରଥଚକ୍ରର କର୍ମ ତୁଲ୍ୟ ଥିଲା; ତହିଁର ଅଖ, ନେମୀ, ନାଭି ଓ ଅରସବୁ ଢଳାକର୍ମର ଥିଲା।
34ପୁଣି, ପ୍ରତ୍ୟେକ ବଇଠିକିର ଚାରିକୋଣରେ ଚାରି ଅବଲମ୍ବନ ଥିଲା, ସେହି ଅବଲମ୍ବନ ବଇଠିକି ଦେହରେ ନିର୍ମିତ ଥିଲା।
35ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।
36ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
37ଏହିରୂପେ ସେ ଏକ ଛାଞ୍ଚ, ଏକ ପରିମାଣ ଓ ଏକ ଆକାରରେ ସେହି ଦଶ ବଇଠିକିଯାକ ନିର୍ମାଣ କଲା।

Read ପ୍ରଥମ ରାଜାବଳୀ 7ପ୍ରଥମ ରାଜାବଳୀ 7
Compare ପ୍ରଥମ ରାଜାବଳୀ 7:23-37ପ୍ରଥମ ରାଜାବଳୀ 7:23-37