Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 7

ପ୍ରଥମ ରାଜାବଳୀ 7:4-11

Help us?
Click on verse(s) to share them!
4ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
5ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
6ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
7ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
8ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
9ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
10ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
11ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।

Read ପ୍ରଥମ ରାଜାବଳୀ 7ପ୍ରଥମ ରାଜାବଳୀ 7
Compare ପ୍ରଥମ ରାଜାବଳୀ 7:4-11ପ୍ରଥମ ରାଜାବଳୀ 7:4-11