Text copied!
Bibles in Odia

ପ୍ରଥମ ରାଜାବଳୀ 7:4-11 in Odia

Help us?

ପ୍ରଥମ ରାଜାବଳୀ 7:4-11 in ଓଡିଆ ବାଇବେଲ

4 ପୁଣି, ତିନି ଧାଡ଼ି ଖିଡ଼ିକି ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
5 ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
6 ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
7 ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
8 ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
9 ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
10 ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
11 ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
ପ୍ରଥମ ରାଜାବଳୀ 7 in ଓଡିଆ ବାଇବେଲ