Text copied!
Bibles in Odia

ପ୍ରଥମ ରାଜାବଳୀ 7:48-51 in Odia

Help us?

ପ୍ରଥମ ରାଜାବଳୀ 7:48-51 in ଓଡିଆ ବାଇବେଲ

48 ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍‍, ସ୍ୱର୍ଣ୍ଣ ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;
49 ପୁଣି, ମହା ପବିତ୍ର ସ୍ଥାନ ସମ୍ମୁଖର ଦକ୍ଷିଣରେ ପାଞ୍ଚ, ବାମରେ ପାଞ୍ଚ ନିର୍ମଳ ସୁବର୍ଣ୍ଣର ଦୀପବୃକ୍ଷ, ସୁବର୍ଣ୍ଣର ପୁଷ୍ପ, ପ୍ରଦୀପ, ଚିମୁଟା,
50 ନିର୍ମଳ ସୁବର୍ଣ୍ଣର ପାତ୍ର, କତୁରୀ, କୁଣ୍ଡ, ଚାମର ଓ ଅଙ୍ଗାରଧାନୀ; ପୁଣି, ଅନ୍ତରାଗାରର, ଅର୍ଥାତ୍‍, ମହାପବିତ୍ର ସ୍ଥାନର କବାଟ ପାଇଁ ଓ ଗୃହର, ଅର୍ଥାତ୍‍, ମନ୍ଦିରର କବାଟ ପାଇଁ ସୁବର୍ଣ୍ଣର କବ୍‌ଜା କଲେ।
51 ଏହିରୂପେ ସଦାପ୍ରଭୁଙ୍କ ଗୃହରେ ଶଲୋମନ ରାଜା ଯେସକଳ କାର୍ଯ୍ୟରେ ପ୍ରବୃତ୍ତ ହେଲେ, ତାହା ସମାପ୍ତ କଲେ। ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ପବିତ୍ରୀକୃତ ସାମଗ୍ରୀ, ଅର୍ଥାତ୍‍, ରୂପା, ସୁନା ଓ ପାତ୍ରସବୁ ଆଣି ସଦାପ୍ରଭୁଙ୍କ ଗୃହସ୍ଥିତ ଭଣ୍ଡାରରେ ରଖିଲେ।
ପ୍ରଥମ ରାଜାବଳୀ 7 in ଓଡିଆ ବାଇବେଲ