Text copied!
CopyCompare
ଓଡିଆ ବାଇବେଲ - ପ୍ରଥମ ରାଜାବଳୀ - ପ୍ରଥମ ରାଜାବଳୀ 7

ପ୍ରଥମ ରାଜାବଳୀ 7:5-20

Help us?
Click on verse(s) to share them!
5ଖିଡ଼ିକିର ସମସ୍ତ ଦ୍ୱାର ଓ ଚୌକାଠ ଚାରି ଚୌରସ ଥିଲା ଓ ତିନି ଧାଡ଼ିର ଆଲୁଅ ସମ୍ମୁଖାସମ୍ମୁଖୀ ଥିଲା।
6ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।
7ପୁଣି, ସେ ବିଚାରାର୍ଥେ ସିଂହାସନର ବାରଣ୍ଡା, ଅର୍ଥାତ୍‍, ବିଚାର-ବାରଣ୍ଡା କଲେ; ଆଉ ଚଟାଣକୁ ଚଟାଣ ଏରସ କାଷ୍ଠରେ ଆଚ୍ଛାଦିତ କଲେ।
8ଆଉ, ତାଙ୍କର ବାସଗୃହ, ବାରଣ୍ଡା ଭିତର ଅନ୍ୟ ପ୍ରାଙ୍ଗଣର କାର୍ଯ୍ୟ ପରି ଥିଲା। ଆଉ, ଶଲୋମନ ଆପଣା ଭାର୍ଯ୍ୟା ଫାରୋର କନ୍ୟା ନିମନ୍ତେ ସେହି ବାରଣ୍ଡା ପରି ଏକ ଗୃହ ମଧ୍ୟ ନିର୍ମାଣ କଲେ।
9ଏହିସବୁ ଭିତ୍ତିମୂଳ ଠାରୁ ଛାତ ପର୍ଯ୍ୟନ୍ତ ଭିତରେ ଓ ବାହାରେ ଖୋଦିତ ପ୍ରସ୍ତରର ପରିମାଣାନୁସାରେ କରତରେ ଚିରା ବହୁମୂଲ୍ୟ ପ୍ରସ୍ତର ଦ୍ୱାରା ନିର୍ମିତ ହେଲା। ପୁଣି, ବାହାରେ ବୃହତ ପ୍ରାଙ୍ଗଣ ପର୍ଯ୍ୟନ୍ତ ସେହିରୂପ ହେଲା।
10ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।
11ପୁଣି, ଉପରେ ପରିମାଣାନୁସାରେ ବହୁମୂଲ୍ୟ ଓ ଖୋଦିତ ପ୍ରସ୍ତର ଓ ଏରସ କାଷ୍ଠ ଥିଲା।
12ଆଉ ଯେପରି ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ଓ ଗୃହ-ବାରଣ୍ଡାରେ, ସେପରି ବୃହତ ପ୍ରାଙ୍ଗଣର ଚତୁର୍ଦ୍ଦିଗରେ ତିନି ଧାଡ଼ି ଖୋଦିତ ପ୍ରସ୍ତର ଓ ଏକ ଧାଡ଼ି ଏରସ-କଡ଼ି ଥିଲା।
13ଏଥିଉତ୍ତାରେ ଶଲୋମନ ରାଜା ଲୋକ ପଠାଇ ହୂରମ୍‍କୁ ସୋରରୁ ଅଣାଇଲେ।
14ସେ ନପ୍ତାଲି-ବଂଶୀୟ ଏକ ବିଧବା ସ୍ତ୍ରୀର ପୁତ୍ର, ତାହାର ପିତା ସୋର ନଗରସ୍ଥ ଏକ କାଂସ୍ୟକାର ଥିଲା; ପୁଣି, ସେ ପିତ୍ତଳର ସମସ୍ତ କାର୍ଯ୍ୟ କରିବାକୁ ଜ୍ଞାନ ଓ ବୁଦ୍ଧି ଓ ବିଦ୍ୟାରେ ପରିପୂର୍ଣ୍ଣ ଥିଲା। ପୁଣି, ସେ ଶଲୋମନ ରାଜାଙ୍କ ନିକଟକୁ ଆସି ତାଙ୍କର ସମସ୍ତ କାର୍ଯ୍ୟ କଲା।
15ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।
16ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।
17ସ୍ତମ୍ଭ-ମଥାନର ସେହି ମୁଣ୍ଡାଳି ନିମନ୍ତେ ଜାଲିକାର୍ଯ୍ୟର ଜାଲି ଓ ଜଞ୍ଜିର କାର୍ଯ୍ୟର ମାଳା ଥିଲା, ଏକ ମୁଣ୍ଡାଳି ପାଇଁ ସାତ ଓ ଅନ୍ୟ ମୁଣ୍ଡାଳି ପାଇଁ ସାତ।
18ଏହିପରି ସେ ସ୍ତମ୍ଭ ନିର୍ମାଣ କଲା; ସ୍ତମ୍ଭ-ମଥାନରେ ଥିବା ମୁଣ୍ଡାଳିର ଆଚ୍ଛାଦନାର୍ଥକ ପ୍ରତ୍ୟେକ ଜାଲିକାର୍ଯ୍ୟ ଉପରେ ଚତୁର୍ଦ୍ଦିଗରେ ଦୁଇ ଧାଡ଼ି ଡାଳିମ୍ବ ଥିଲା ଓ ସେ ଅନ୍ୟ ମୁଣ୍ଡାଳି ନିମନ୍ତେ ତଦ୍ରୂପ କଲା।
19ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।
20ଆଉ, ଦୁଇ ସ୍ତମ୍ଭର ଉପରି ଭାଗରେ ମଧ୍ୟ ମୁଣ୍ଡାଳି ଥିଲା, ତାହା ଜାଲିକର୍ମ ସନ୍ନିକଟ ଗର୍ଭ ପାଖରେ ଥିଲା; ପୁଣି, ଅନ୍ୟ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ଧାଡ଼ି ଧାଡ଼ି ହୋଇ ଦୁଇ ଶହ ଡାଳିମ୍ବ ଥିଲା।

Read ପ୍ରଥମ ରାଜାବଳୀ 7ପ୍ରଥମ ରାଜାବଳୀ 7
Compare ପ୍ରଥମ ରାଜାବଳୀ 7:5-20ପ୍ରଥମ ରାଜାବଳୀ 7:5-20