3ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ ।
4ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ୱରଙ୍କ ଛାମୁରେ ଉଠିଅଛି ।
5ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
6ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥିସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ ।
7ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
8ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋକୁ ପଠାଇଲେ ।
9ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,