Text copied!
Bibles in Odia

ପ୍ରେରିତ 10:35-45 in Odia

Help us?

ପ୍ରେରିତ 10:35-45 in ଓଡିଆ ବାଇବେଲ

35 କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି ।
36 ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।
37 ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ସମୟରୁ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦା ରେ ପ୍ରଚାରିତ ହୋଇଅଛି,
38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।
39 ପୁଣି, ସେ ଯିହୂଦୀମାନଙ୍କ ଦେଶ ଓ ଯିରୂଶାଲମରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ ।
40 ତାହାଙ୍କୁ ଈଶ୍ୱର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
41 ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
42 ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
43 ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।
44 ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।
45 ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
ପ୍ରେରିତ 10 in ଓଡିଆ ବାଇବେଲ